ଖସୁଛି ସଂକ୍ରମଣ : ରାଜ୍ୟରୁ ୩୬୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ

10

ଧୀରେ ଧୀରେ ରାଜ୍ୟରେ କରୋନା ସଂକ୍ରମଣ କମୁଛି I ଆଜି ୩୬୨୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୯୪୦୫ଜଣକୁ ବୃଦ୍ଧି ପାଇଛି । ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୧୫୧୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୩୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୯ ହଜାର ୪୦୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୧୫ ହଜାର ୩୮୦ ରହିଥିବା ବେଳେ ୩୫ ହଜାର ୩୦୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୯୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୩୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୧୫୩୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୮୧୨୨୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.