ଲତାଙ୍କ ପାଇଁ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା

18

ଆଉ ନାହାନ୍ତି ସୂର ସମ୍ରାଜ୍ଞୀ ଲତା ମଙ୍ଗେସକର ଇ ଆଜି ସକାଳ ୮.୩୦ ମୁମ୍ବାଇସ୍ଥିତ ବ୍ରିଚ କ୍ୟାଣ୍ଡି ହସପିଟାଲ ରେ ୯୨ ବର୍ଷରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଲତା ମଙ୍ଗେଶକରଙ୍କ ମୃତ୍ୟୁକୁ ନେଇ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏଥିଲାଗି ୨ ଦିନ ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ତେବେ ଗତ ୨୯ ଦିନ ଧରି ମୁମ୍ବାଇର ବ୍ରେକ୍ କ୍ୟାଣ୍ଡି ହସ୍ପିଟାଲରେ ଲତାଙ୍କର ଚିକିତ୍ସା ଚାଲିଥିଲା। ସେ କରୋନା ଏବଂ ନିମୋନିଆରେ ସଂକ୍ରମିତ ହେବା ପରେ ତାଙ୍କୁ ଜାନୁଆରୀ ୮ ରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଇତିମଧ୍ୟରେ ସେ କୋଭିଡ୍ ଏବଂ ନିମୋନିଆରୁ ଆରୋଗ୍ୟ ଲାଭ କରିଥିଲେ ସୁଦ୍ଧା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ।

Leave A Reply

Your email address will not be published.