ଖସୁଛି ସଂକ୍ରମଣ ବଢୁଛି ମୃତ୍ୟୁ ସଂଖ୍ୟା : ରାଜ୍ୟରୁ ୨୧୦୬ ଜଣ ସଂକ୍ରମିତ ଚିହ୍ନଟ ୨୩ ମୃତ

19

ରାଜ୍ୟରେ ବର୍ତ୍ତମାନ ଧିରେ ଧୀରେ କରୋନା ତଳମୁହାଁ ହେବାରେ ଲାଗିଛି ଇ କିନ୍ତୁ ରାଜ୍ୟରେ କରୋନା ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୧୦୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୨୯ଓ ସ୍ଥାନୀୟ ଅଞ୍ଚଳରୁ ୮୭୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୨୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୬ ହଜାର ୮୧୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୩୪ ହଜାର ୩୫୨ ରହିଥିବା ବେଳେ ୨୩ ହଜାର ୬୭୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୭୩୪କୁ ବୃଦ୍ଧି ପାଇଛି। ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷରେ ପୁରୀ ଜିଲ୍ଲାର ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି କୋରାପୁଟ ଓ ନୟାଗଡ଼ ଜିଲ୍ଲାର ଦୁଇ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାସହ ଭଦ୍ରକ, ବଲାଙ୍ଗୀର, କଳାହାଣ୍ଡି, ଗଞ୍ଜାମ, କନ୍ଧମାଳ, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.