୫ ଦୁର୍ନୀତିଗ୍ରସ୍ତ ସରକାରୀ ବାବୁ ଙ୍କୁ ବାଧ୍ୟତାମୂଳକ ଅବସର

19

ପୁଣି ବିଦା ହେଲେ ୫ ସରକାରୀ କର୍ମଚାରୀ Iଦୁର୍ନୀତିଗ୍ରସ୍ତ ଓ ଅପାରଗ କର୍ମଚାରୀ ଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ କଡ଼ା ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ମଙ୍ଗଳବାର ରାଜ୍ୟ ସରକାର ଏହି ୫ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀ ଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି।
ଏହି ୫ ଜଣଙ୍କ ମଧ୍ୟରୁ ଜଣେ ହେଉଛନ୍ତି ମୟୂରଭଞ୍ଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସ। ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ସେହିପରି ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ଜଗତସିଂହପୁର ବାଲିକୁଦାର ଅଙ୍ଗନୱାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡ଼ିଥିଲେ। ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା।ସେହିପରି ଅନୁଗୁଳ ପୁଲିସ ଟ୍ରେନିଂ କଲେଜର ପୁଲିସ ଇନ୍‌ସପେକ୍ଟର ରାମଚନ୍ଦ୍ର ବେହେରା Iଅପାରଗତା ଓ ବିଶୃଙ୍ଖଳିତ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଦ୍ବାରା ଧରା ପଡ଼ିଥିଲେ। ସୂଚନାଯୋଗ୍ୟ, ଏହାକୁ ମିଶାଇ ଏଯାବତ୍ ୧୪୬ ଜଣ ଅଧିକାରୀଙ୍କୁ କଠୋର କାର୍ଯ୍ୟନୁଷ୍ଠାନ ବଶତଃ ବାଧ୍ୟତାମୂଳକ ଅବସର ଦିଆଗଲାଣି I

Leave A Reply

Your email address will not be published.