ରାଜ୍ୟରୁ ୧୪୮୦ ସଂକ୍ରମିତ ଚିହ୍ନଟ, ୨୧ମୃତ

17

ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେଉଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗି ପାରୁ ନାହିଁ I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧ ୪୮୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପୁଣି ୨୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ମାନଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ରହିଥିବା ବେଳେ ଭଦ୍ରକ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି କନ୍ଧମାଳ, ବାଲେଶ୍ୱର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହା ସହିତ ରାଜ୍ୟରେ ମୋଟ ପଜିଟିଭ ରେଟ୍‌ ରହିଛି ୨.୫୧ ପ୍ରତିଶତ ।
ସେହିଭଳି ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୩ କେସ୍‌ ଚିହ୍ନଟ ହୋଇଛି । ସୁନ୍ଦରଗଡରୁ ୧୩୯, କଟକରୁ ୧୩୩, ଯାଜପୁରରୁ ୭୩ ନୂଆ ବାହାରିଛନ୍ତି । ୨୪ ଘଣ୍ଟାରେ ୫୮ ହଜାର ୮୧୬ ନମୁନା ପରୀକ୍ଷା ହୋଇଛି । ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୧୫ ହଜାର ୯୮୦ । ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୧୨ ଲକ୍ଷ ୭୩ ହଜାର ୩କୁ ବୃଦ୍ଧି ପାଇଛି । ୧୮ ବର୍ଷ ବୟସ୍କଙ୍କ ମଧ୍ୟରେଅଛନ୍ତି ୩୩୪ ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୩୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୮୧୫୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୨୨୫୬୦୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.