ରାଜ୍ୟରେ ଖସୁଛି ସଂକ୍ରମଣ,ବଢୁଛି ମୃତ୍ୟୁ ସଂଖ୍ୟା :ରାଜ୍ୟରୁ ୧୫୩୯ ସଂକ୍ରମିତ ଚିହ୍ନଟ ,୨୪ ମୃତ

20

ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଉଥିବା ବେଳେ ଏ ପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା ରେ ବ୍ରେକ ଲାଗି ପାରୁ ନାହିଁ I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୫୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି I ମୃତକ ମାନେ ଭୁବନେଶ୍ୱରରୁ ୭ ଜଣ, ବାଲେଶ୍ୱରରୁ ୬ ଜଣ, ଯାଜପୁରରୁ ୩ ଜଣ, ଭଦ୍ରକରୁ ୨ ଜଣ, ମୟୂରଭଞ୍ଜରୁ ୨ ଜଣ, ପୁରୀ, ନବରଙ୍ଗପୁର ଅନୁଗୁଳ, ବରଗଡ଼ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୮୬୨କୁ ବୃଦ୍ଧି ପାଇଛି ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ସେହିପରି ରାଜ୍ୟରେ ସଂକ୍ରମିତ ଙ୍କ ମଧ୍ୟରୁ ୮୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୪୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୧୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୦ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୨୭ଜଣ, କଟକ ଜିଲ୍ଲାରୁ ୮୫ଜଣ, ଦେଓଗଡ଼ ଜିଲ୍ଲାରୁ ୩୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୪୪ଜଣ, ଗଞ୍ଜାମ ଜିଲ୍ଲାରୁ ୫୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୫ଜଣ, ଯାଜପୁର ଜିଲ୍ଲାରୁ ୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୮ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୩ଜଣ, କୋରାପୁଟ ଜିଲ୍ଲାରୁ ୭୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୨ଜଣ, ନୟାଗଡ଼ ଜିଲ୍ଲାରୁ ୩୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୭୫ଜଣ, ସମ୍ବଲପୁର ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୪ଜଣ, ଷ୍ଟେଟ ପୁଲ୍‌ରୁ ୫୨ଜଣ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୪୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୬୧୧୪ ଜଣକୁ ବୃଦ୍ଧି ପାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୬୧୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୨୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୫୩୯୧୪ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.