ରାଜ୍ୟରୁ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ

25

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କ୍ରମଶଃ ହ୍ରାସ ପାଇ ସ୍ଥିତି ବର୍ତ୍ତମାନ ଆୟତ୍ତରେ ରହିଛି I ଚଳିତ ମାର୍ଚ୍ଚ ମାସରେ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ରେ ମଧ୍ୟ ହ୍ରାସ ପରିଲକ୍ଷିତ ହୋଇଛି ।
ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୬ ଓ ସ୍ଥାନୀୟ ଅଞ୍ଚଳରୁ ୩୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୯ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୩୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୧୫୩ ରହିଥିବା ବେଳେ ୭୧୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.