କମୁଛି ସଂକ୍ରମଣ : ରାଜ୍ୟରୁ ୭୨ କରୋନା ସଂକ୍ରମିତ ଚିହ୍ନଟ

24

ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇ ସ୍ଥିତି ନିୟନ୍ତ୍ରଣରେ ରହିଛି I ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । ଏହା ଭିତରେ ଭାରତ ବାହାରେ ବିଭିନ୍ନ ସ୍ଥାନରେ କରନା ର ପୁଣିଥରେ ଲେଉଟାଣି କୁ ନେଇ ପୁଣି ଆଶଙ୍କା ଦେଖାଦେଲାଣି I ତେବେ ରାଜ୍ୟରେ ଚଳିତ ମାର୍ଚ୍ଚରୁ କରୋନା ସ୍ଥିତିରେ ଦ୍ରୁତ ହ୍ରାସ ପାଇଛି I ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୨ ଓ ସ୍ଥାନୀୟ ଅଞ୍ଚଳରୁ ୩୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୫ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୧୦୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୨୭୧ ରହିଥିବା ବେଳେ ୬୬୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।ନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.