ପୌର ନିର୍ବାଚନ: ୧୯୫ ପ୍ଲାଟୁନ ଫୋର୍ସ ମୁତୟନ,୨୨ ତାରିଖ ସନ୍ଧ୍ୟା ପରେ ପ୍ରଚାର ବନ୍ଦ

32

ଆସନ୍ତା ୨୪ ତାରିଖରେ ରାଜ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ପୌର ନିର୍ବାଚନ I ନିର୍ବାଚନ କୁ ଆଉ ୩ ଦିନ ବାକି ଥିବା ବେଳେ ୨୨ ତାରିଖ ସନ୍ଧ୍ୟା ସୁଦ୍ଧା ପ୍ରଚାର ସରିବ I ନିର୍ବାଚନ କୁ ଶାନ୍ତି ଶୃଙ୍ଖଳା ରେ ପରିଚାଳନା କରିବା ପାଇଁ ଚୂଡାନ୍ତ ପ୍ରସ୍ତୁତି ସରିଛି I ୨୪ ତାରିଖ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ପୌର ନିର୍ବାଚନ ପାଇଁ ମୋଟ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ସେଥିମଧ୍ୟରୁ ବିଏମ୍‌ସି ପାଇଁ ୩୦, ସିଏମ୍‌ସି ପାଇଁ ୨୦, ବ୍ରହ୍ମପୁର ମ୍ୟୁନିସିପାଲ୍‌ କର୍ପୋରେସନ ପାଇଁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପୌର ନିର୍ବାଚନ ପାଇଁ ମୋଟ ୩୦୦ ମୋବାଇଲ୍‌ ପାର୍ଟି ରହିବେ । ସେଥିମଧ୍ୟରୁ ୧୦୯ଟି ପାର୍ଟି ତିନୋଟି ମହାନଗର ନିଗମରେ ରହିବେ । ପ୍ରତି ବୁଥରେ ଜଣେ ଲେଖାଏଁ କନେଷ୍ଟବଳ କିମ୍ବା ହାବିଲଦାର କିମ୍ବା ଆର୍ମ ଫୋର୍ସ ରହିବେ । କ୍ଲଷ୍ଟର ବୁଥରେ ଜଣେ ପୋଲିସ ଅଫିସର ସହ ୱାନ ଫୋରଥ ଫୋର୍ସ ରହିବେ । ନିର୍ବାଚନ ହେଉଥିବା ପ୍ରତ୍ୟେକ ପୌର ପରିଷଦର ପୋଲିସ ଷ୍ଟେସନରେ ଗୋଟିଏ ଲେଖାଏଁ ଷ୍ଟ୍ରାଇକିଂ ଫୋର୍ସ ରହିବେ । ଜିଲ୍ଲାରେ ଜରୁରୀ ପରିସ୍ଥିତି ପାଇଁ ଗୋଟିଏ କିମ୍ବା ଦୁଇ ପ୍ଲାଟୁନ ଫୋର୍ସ ରହିବେ । ୫ ଟି ସ୍ଥାନରେ ବଡ଼ର ସିଲି ପଏଣ୍ଟ ରହିବ । ସମୁଦାୟ ୧୭୩୭ ୱାର୍ଡରେ ହେବ ପୌର ପରିଷଦ ନିର୍ବାଚନ । ୪୩୭୩ ବୁଥରେ ୪୦ ଲକ୍ଷ ୫୫ ହଜାର ୫୩ ଜଣ ମତଦାତା ନିଜର ମତଦାନ ସାବ୍ୟସ୍ତ କରିବେ । ସମୁଦାୟ ୫୮ ଟି ୱାର୍ଡ ରେ ନିର୍ଦ୍ୱନ୍ଦରେ ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି । ମଙ୍ଗଳବାର ୫ଟା ସୁଦ୍ଧା ସରିବ ନିର୍ବାଚନ ପ୍ରଚାର ।

Comments are closed, but trackbacks and pingbacks are open.