ରାଜ୍ୟର ୬୦ କରୋନା ସଂକ୍ରମିତ ଚିହ୍ନଟ

27

ରାଜ୍ୟରେ ଦ୍ରୁତଗତିରେ ହ୍ରାସ ପାଉଛି କରୋନା ସଂକ୍ରମଣ ଏହାସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗିପାରିଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୨୮୫ ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୫୮୦ ରହିଥିବା ବେଳେ ୫୩୬ ଜଣ ଚିକିତ୍ସିତ ହେଉଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ସମସ୍ତ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ମାନେ ହେଲେ ବାଲେଶ୍ୱର ରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.