ରାଜ୍ୟ ରୁ ୪୩ କରୋନା ସଂକ୍ରମିତ ଚିହ୍ନଟ

19

ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇ ସ୍ଥିତି ଆୟତ୍ତରେ ରହିଛି I ଆଜି ରାଜ୍ୟରେ କରୋନା ର ସ୍ଥିତି ୫୦ ତଳକୁ ଖସିଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬ ଓ ସ୍ଥାନୀୟ ଅଞ୍ଚଳରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୩ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୪୨୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୮୧୯ ରହିଥିବା ବେଳେ ୪୩୧ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

Comments are closed, but trackbacks and pingbacks are open.