ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ଚିହ୍ନଟ

32

ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪ଜଣ ରହିଛନ୍ତି Iଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୫୪କୁ ବୃଦ୍ଧି ପାଇଛି। ୧୨,୭୮,୫୩୬ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୪୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୫୩୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୯୨୮୮୬୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.