ମେ ୩୧ ରେ ବ୍ରଜରାଜନଗର ଉପ ନିର୍ବାଚନ : ଝାରସୁଗୁଡ଼ାରେ ଆଜିଠାରୁ ଆଚରଣ ବିଧି ଲାଗୁ

24

ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ବାଜିଲା ବିଗୁଲ I ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିବା ବିଧାୟକ ପଦ ପାଇଁ ମେ ୩୧ ତାରିଖରେ ଉପ ନିର୍ବାଚନ I ଏ ନେଇ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ I ଏହା ସହିତ ଝାରସୁଗୁଡ଼ା ଜିଲ୍ଲାରେ ଆଜିଠାରୁ ଲାଗୁ ହୋଇଯାଇଛି ନିର୍ବାଚନ ଆଚରଣବିଧି।
ନିର୍ବାଚନ କମିଶନଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ବ୍ରଜରାଜନଗର ଉପନିର୍ବାଚନ ପାଇଁ ମେ’ ୪ ତାରିଖରେ ପ୍ରକାଶ ପାଇବ ଗେଜେଟ ବିଜ୍ଞପ୍ତି। ମେ’ ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ମେ’ ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାହିଁଲେ ସେମାନଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ। ଏହା ପରେ ମେ’ ୩୧ରେ ଭୋଟ୍ ଗ୍ରହଣ କରାଯିବ। ଜୁନ୍ ୩ରେ ଭୋଟ୍ ଗଣତି ହେବ।

Comments are closed, but trackbacks and pingbacks are open.