ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

32

ବିଶିଷ୍ଟ ସାହିତ୍ୟିକ ତଥା ଜଗନ୍ନାଥ ସଂସ୍କୃତି ପ୍ରବଚକ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ I ଆଜି ସନ୍ଧ୍ୟା ରେ ରାଜଧାନୀର ଏକ ଘରୋଇ ହସ୍ପିଟାଲ ରେ ହୃତଘାତରେ ରଜତ କରଙ୍କ ପରଲୋକ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା I ଏ ସମ୍ପର୍କରେ ତାଙ୍କ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି।
ଶିକ୍ଷା ଓ ସାହିତ୍ୟରେ ଅତୁଳୀନୟ ଅବଦାନ ପାଇଁ ୨୦୨୧ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଭାଷ୍ୟକାର ଭାବେ ସେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ରଜତ କର ଜଣେ ଶିକ୍ଷାବିତ୍ ଭାବରେ ଓଡିଶା ସରକାରଙ୍କ ଶିକ୍ଷା ବିଭାଗରେ ଦୀର୍ଘଦିନ ଧରି କାମ କରିଥିଲେ ଏବଂ ଏସସିଇଆଇଟିର ନିର୍ଦ୍ଦେଶକ ଭାବେ ଚାକିରିରୁ ଅବସର ଗ୍ରହଣ କରିଥିଲେ । ସେ ଆକାଶବାଣୀର ବିଭିନ୍ନ କାର୍ଯ୍ୟକ୍ରମରେ ଅଭିନୟ କରିବା ସହିତ ଅନେକ ନାଟକ ମଧ୍ୟ ରଚନା କରିଛନ୍ତି । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଜଣେ ସୁବକ୍ତା ଭାବେ ତାଙ୍କର ଖ୍ୟାତି ରହିଛି ।ଓଡିଆ ସାହିତ୍ୟ ଏବଂ ସଂସ୍କୃତି କ୍ଷେତ୍ରରେ ତାଙ୍କର ଅତୂଳନୀୟ ଅବଦାନ ରହିଛି। ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ ଏବଂ ଜଗନ୍ନାଥ ସଂସ୍କୃତି ଉପରେ ଥିଲା ବିଚକ୍ଷଣ ପାଣ୍ଡିତ୍ୟ। ଶ୍ରୀ କର ଙ୍କ ବିୟୋଗ ରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି I

Comments are closed, but trackbacks and pingbacks are open.