ରାଜ୍ୟରୁ ଆଜି ୧୯ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ

21

ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଉଥିବାବେଳେ ବର୍ତ୍ତମାନ ଏହା ଧୀରେ ଧୀରେ ବଢୁଥିବା ର ଦେଖାଯାଉଛି I ସେହି ଅନୁସାରେ ଆଜି ରାଜ୍ୟ ରୁ ୧୯ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୬ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ସଂକ୍ରମିତ ଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୨୭୨ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୯୭୨ ରହିଥିବା ବେଳେ ୧୨୧ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.