ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ କରୋନା ସଂକ୍ରମିତ ଚିହ୍ନଟ

48

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ୨ ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିପରି ବଲାଙ୍ଗୀର, କଟକ, ନୂଆପଡା ଏବଂ ଷ୍ଟେଟପୁଲରୁ ଗୋଟିଏ ଲେଖାଏଁ ପଜିଟିଭ କେସ ରହିଛି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଆଜି ର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୩୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୪୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୮୪୦୯୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.