ଆଜି ରାଜ୍ୟରେ ୧୦ କରୋନା ସଂକ୍ରମିତ ଚିହ୍ନଟ

28

ରାଜ୍ୟରେ ହ୍ରାସ ପାଉଛି ଦୈନିକ କରୋନା ସଂକ୍ରମଣ I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ସ୍ଥାନୀୟ ସଂକ୍ରମିତ ରହିଛନ୍ତି I ସେହିଭଳି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨ଜଣ ରହିଛନ୍ତି । ତେବେ ଆଜି ର ସଂକ୍ରମିତ ଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୪୯ ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୯୮୬୨୫ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.