ଆଜି ରାଜ୍ୟରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ

28

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି ଇ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷ ମଧ୍ୟରେ ଜଣେ,ସଙ୍ଗରୋଧରୁ ୫ ଓ ସ୍ଥାନୀୟ ୪ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ବାଲେଶ୍ୱରରୁ ୨, କଟକ ୧, ଖୋର୍ଦ୍ଧା ୩, ସୁନ୍ଦରଗଡରୁ ୩ ଅଛନ୍ତି । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୧୦କୁ ବୃଦ୍ଧି ପାଇଛି। ୧୨,୭୯,୧୫୫ ମୋଟ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏ ନେଇ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ତରଫରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି I

Comments are closed, but trackbacks and pingbacks are open.