ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

41

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଧାନସଭା ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ସୁବାସ ସିଂ କଟକ ମେୟର ହେବା ପରେ ସେ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ। ଏହି କାରଣରୁ ଗୋଟିଏ ଆସନ ଖାଲି ପଡ଼ିଛି। ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହୋଇଥିବା ବେଳେ ଏହା ଜୁନ ୨ ତାରିଖ ଯାଏ ଚାଲିବ। ୩ ତାରିଖରେ ଯାଞ୍ଚ ହେବ। ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବା ପରେ ଆବଶ୍ୟକ ପଡ଼ିଲେ ୧୩ ତାରିଖରେ ଭୋଟିଂ ହେବ।
ଏହା ପୂର୍ବରୁ ୩ଟି ରାଜ୍ୟସଭା ଆସନରେ ଭୋଟ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିଲା ବେଳେ ଆସନ୍ତା ୩୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ସଂଖ୍ୟା ଗଣିତ ଦୃଷ୍ଟିରୁ ଏହି ସମସ୍ତ ୩ଟି ଆସନ ଶାସକ ବିଜେଡି ଖାତାକୁ ଯିବା ଏକରକମ ନିଶ୍ଚିତ ହୋଇଥିବାବେଳେ ଦଳ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଅଙ୍କକଷା ଆରମ୍ଭ ହୋଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର ଏନେଇ ସରପ୍ରାଇଜ୍ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

Comments are closed, but trackbacks and pingbacks are open.