ଆଜି ରାଜ୍ୟରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ

44

ବର୍ତ୍ତମାନ ରାଜ୍ୟରେ କରୋନା ଗ୍ରାଫ୍ ତଳମୁହାଁ ହେଉଛି । ଦୈନିକ କରୋନା ସଂକ୍ରମଣ କ୍ରମଶଃ ଯଥେଷ୍ଟ ହ୍ରାସ ପାଇ ସ୍ଥିତି ନିୟନ୍ତ୍ରଣ ରେ ରହିଛି I ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନେ ହେଲେ ବାଲେଶ୍ୱର-୧ , କେନ୍ଦ୍ରାପଡ଼ା – ୧ , ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୪୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୯୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୪୬୫୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.