ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ୪ ବିଜେଡି ପ୍ରାର୍ଥୀ

60

ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡିର ୪ ପ୍ରାର୍ଥ । ବିଧାନସଭା ସ୍ୱତନ୍ତ୍ର ପ୍ରକୋଷ୍ଠରେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ୪ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ୪ ଜଣ ପ୍ରାର୍ଥୀ ହେଲେ ସୁଲତା ଦେଓ, ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଓ ନିରଞ୍ଜନ ବିଶି । ପ୍ରତି ପ୍ରାର୍ଥୀ ୨ ସେଟ୍‌ ଲେଖାଏ ନାମାଙ୍କନ ଦାଖଲ କରିଛନ୍ତି । ପ୍ରତ୍ୟେକ ପ୍ରାର୍ଥୀଙ୍କ ପାଇଁ ୧୦ ଜଣ ପ୍ରସ୍ତାବକ ରହିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଲତା ଦେଓଙ୍କ ପାଇଁ ପ୍ରସ୍ତାବକ ଅଛନ୍ତି । ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ବିଜେଡିର ୪ ଜଣ ଯାକ ପ୍ରାର୍ଥୀ ବିଜୟୀ ହେବା ନିଶ୍ଚିତ। ବିଜେଡି ପକ୍ଷରୁ ମୁଖପାତ୍ର ସସ୍ମିତ ପାତ୍ର ଙ୍କୁ ରିପିତ କରିଛନ୍ତି ମୁଖ୍ୟମନ୍ତ୍ରୀ I ଆଉ ୩ ଜଣ ହେଲେ ନୂଆ ମୁହଁ ,ସେମାନଙ୍କ ମଧ୍ୟରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ, ମୁଖପାତ୍ର ସୁଲତା ଦେଓ ଏବଂ ଆଦିବାସୀ ନେତା ନିରଞ୍ଜନ ବିଶି ପ୍ରାର୍ଥୀ ହୋଇଛନ୍ତି। ରାଜ୍ୟସଭା ନାମାଙ୍କନ ଦାଖଲ ପୂର୍ବରୁ ୪ ପ୍ରାର୍ଥୀଙ୍କ ସହ ଭିଡିଓକନଫରେନ୍‌ସିଂରେ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ ।

Comments are closed, but trackbacks and pingbacks are open.