ବଢୁଥିବା ସଂକ୍ରମଣ କୁ ନେଇ ସତର୍କ ରହିବାକୁ ପରାମର୍ଶ : ସ୍ୱାସ୍ଥ୍ୟ ନିର୍ଦେଶକ

31

ଦେଶରେ ପୁଣି ଧୀରେ ଧୀରେ କରୋନା ସଂକ୍ରମଣ ମୁଣ୍ଡ ଟେକିଲାଣି I ୫ ଟି ରାଜ୍ୟରେ ସଂକ୍ରମଣ ବଢୁଛି Iଯେଉଁଠି ସଂକ୍ରମଣ ବଢୁଛି ସେଠାରେ କେନ୍ଦ୍ର ସରକାର ପ୍ରିକସନ ନେବାକୁ ତାଗିତ କରିଛନ୍ତି । ତେଣୁ ଏହି ୫ ଟି ରାଜ୍ୟ ତାମିଲନାଡୁ, କେରଳ, ତେଲଙ୍ଗାନା, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ସଂକ୍ରମଣ ବୃଦ୍ଧି ପରେ କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ସେଠାରେ କଟକଣାକୁ କଡାକଡି କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଜଣାଇଛନ୍ତି। ସେ ଦୃଷ୍ଟିରୁ ବର୍ତ୍ତମାନ ଆମ ରାଜ୍ୟ ନିରାପଦ ସ୍ଥିତିରେ ରହିଛି I

ମାର୍ଚ୍ଚ ୧୦ ପରେ ଗୁରୁବାର ଦିନ ଦେଶରେ ୪ ହଜାର ଉପରେ ସଂକ୍ରମିତ ଚିହ୍ନଟ ହେବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ତେବେ ପଶ୍ଚିମବଙ୍ଗ, ଗୁଜରାଟ, ମଧ୍ୟପ୍ରଦେଶ ଓ ଗୋଆରେ ମଧ୍ୟ ସଂକ୍ରମଣ ବଢୁଥିବା ଦେଖିବାକୁ ମିଳିଛି। ତେଣୁ ଏହି ପରିସ୍ଥିତି କୁ ଦୃଷ୍ଟିରେ ରଖି ଓଡିଶା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି ଯେମିତି ପୂର୍ବରୁ ସର୍ଭିଲାନ୍ସ ଜାରି ରହିଥିଲା ସେମିତି ଚାଲିଛି ।ଟେଷ୍ଟିଂ ସାଇଡ ସବୁ ଚାଲୁ ରହିଛି । ପଜିଟିଭ ବାହାରିଲେ ଟ୍ରାପ କରିବା । ଯଦି ପଜିଟିଭ ବଢେ ତାହାଲେ ରାଜ୍ୟରେ ପୂର୍ବରୁ ଥିବା ସବୁ ବ୍ୟବସ୍ଥା ଖୋଲାଯିବ । ଯଦି ଦରକାର ପଡେ ମାକ୍ସ ପିନ୍ଧିବା ବାଧ୍ୟତାମୂଳକ କରାଯିବ ।

ଯଦି ଭିଡକୁ ଯାଉଛନ୍ତି ମାସ୍କ ନିହାତି ପିନ୍ଧନ୍ତୁ । ଲକ୍ଷଣ ଥିଲେ ଟେଷ୍ଟ ସହ ସଂଗ୍ରରୋଧରେ ରହିବାକୁ କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ସରକାର ସ୍ଥିତି ଉପରେ କଡା ନଜର ରଖିଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

Comments are closed, but trackbacks and pingbacks are open.