ରାଜ୍ୟ ରୁ ଆଜି ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ

32

ରାଜ୍ୟରେ ବର୍ତ୍ତମାନ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି I କିନ୍ତୁ ଗତ ଏକ ସପ୍ତାହ ମଧ୍ୟରେ ସଂକ୍ରମଣ ଦୁଇ ଅଙ୍କ ବିଶିଷ୍ଟ ରହୁଛି I ସେହିଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଙ୍କ ମଧ୍ୟରୁ ୧୦ ଜଣ ସଙ୍ଗରୋଧ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧ , କଟକ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ନୟାଗଡ ଜିଲ୍ଲାରୁ ୧ , ନୂଆପଡା ଜିଲ୍ଲାରୁ ୧ , ସୁନ୍ଦରଗଡ ଜିଲ୍ଲାରୁ ୧ ଏବଂ ଷ୍ଟେଟ୍ ପୁଲ୍‌ରୁ ୨ ଜଣ ସଂକ୍ରମିତ ରହିଛନ୍ତି I ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୪୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୬୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୩୨୫୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.