ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୫ କରୋନା ସଂକ୍ରମିତ ଚିହ୍ନଟ

38

ଗତ କାଲି ଠାରୁ ଆଜି ରାଜ୍ୟରେ ସଂକ୍ରମିତ ଙ୍କ ସଂଖ୍ୟା ସାମାନ୍ୟ କମିଛି I ଗତ କାଲି ଗୁରୁବାର ରାଜ୍ୟରୁ ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଆଉ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ଏମାନଙ୍କ ମଧ୍ୟରୁ ୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସଂକ୍ରମିତଙ୍କ ମଧ୍ୟରେ କେହି ୧୮ ବର୍ଷରୁ କମ୍ ବୟସର ଶିଶୁ-କିଶୋର ନଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨, ୮୮, ୭୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ୧୨, ୭୯, ୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୫୮ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି।

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକ ଜିଲାରୁ ୨ ଜଣ, ଜଗତସିଂହପୁର ଜିଲାରୁ ୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୭୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୩୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୨୩୪୧୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.