ଦିଲ୍ଲୀ ଅଭିମୁଖେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

20

ଦିଲ୍ଲୀ ଅଭିମୁଖେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗତକାଲି ସେ ରାଇରଙ୍ଗପୁୁରରୁ ବାହାରି ଭୁବନେଶ୍ୱର ସ୍ଥିତ ଏମସିଏଲ ଗେଷ୍ଟ ହାଉସରେ ରହିଥିଲେ I ଗେଷ୍ଟ ହାଉସରେ ଶ୍ରୀମତୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ଗତକାଲି ରାତିରୁ ଶୁଭେଛୁ ଙ୍କ ପ୍ରବଳ ଭିଡ ଲାଗିଥିବା ଦେଖିବାକୁ ମିଳିଥିଲା । ଆଜି ସକାଳେ MCL ଗେଷ୍ଟ ହାଉସରୁ କଡା ସୁରକ୍ଷା ମଧ୍ୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ପହଞ୍ଚିବା ପରେ ପାରମ୍ପରିକ ଆଦିବାସୀ ନାଚ ଗୀତରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଦିଲ୍ଲୀ ଯାତ୍ରା କରିବା ପୂର୍ବରୁ ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ଶୁଭେଚ୍ଛା ଜଣାଇବାକୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା । ଏହାପରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ସକାଳ ୯ଟା ୪୦ରେ ସେ ଦିଲ୍ଲୀ ଯାତ୍ରା କରିଛନ୍ତି ।

ଦିଲ୍ଲୀରେ ପହଞ୍ଚିବା ପରେ ସେଠାରୁ ସେ ସିଧାସଳଖ ଓଡ଼ିଶା ଭବନ ଯିବେ । ଓଡ଼ିଶା ଭବନରେ ସେ ରହିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ତାଙ୍କୁ ସମର୍ଥନ ଘୋଷଣା କରିଛି ବିଜେଡି । ଦଳମତ ନିର୍ବିଶେଷରେ ଓଡ଼ିଶାର ଝିଅଙ୍କୁ ନିର୍ବାଚତ କରିବା ପାଇଁ ରାଜ୍ୟର ସମସ୍ତ ବିଧାୟକଙ୍କୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ରୌପଦୀଙ୍କୁ ଏନଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥିନୀ କରାଯାଇଥିବା ବେଳେ ଦ୍ରୌପଦୀଙ୍କୁ ନେଇ ସାରା ରାଜ୍ୟରେ ଖୁସିର ମାହୋଲ ଦେଖିବାକୁ ମିଳୁଛି ।


ଆସନ୍ତାକାଲି ସେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ । ନାମାଙ୍କନ ଦାଖଲ ପର୍ଯ୍ୟନ୍ତ ସେ ଓଡ଼ିଶା ଭବନରେ ରହିବେ Iଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି ।

Comments are closed, but trackbacks and pingbacks are open.