ରାଜ୍ୟରୁ ଆଜି ୬୯ କରୋନା ସଂକ୍ରମିତ ଚିହ୍ନଟ

34

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୬୯ ଜଣ କରନା ସଙ୍କାମିତ ଚିହ୍ନଟ ହୋଇଛନ୍ତି I ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ ସଙ୍ଗରୋଧ ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୯ ଜଣ ରହିଛନ୍ତି I
ଚିହ୍ନଟ ହୋଇଥିବା ଆକ୍ରାନ୍ତ ଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୬ ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।
ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୩୨୮କୁ ବୃଦ୍ଧି ପାଇଛି। ୧୨,୭୯,୬୯୩ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୫୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସେହିପରି ଏବେ ସୁଦ୍ଧା ରାଜ୍ୟରେ ୩୨୦୪୪୫୦୦ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.