ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୮୧୬ ସଂକ୍ରମିତ ଚିହ୍ନଟ

23

ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି I ଗତକାଲି ଠାରୁ ଆଜି ର ଦୈନିକ ସଂକ୍ରମଣ ସାମାନ୍ୟ କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୮ ଜଣ ସଂକ୍ରମିତ ରହିଛନ୍ତି ।
ଅନ୍ୟପଟେ ପ୍ରତିଥର ଭଳି ଏଥର ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୪୧, କଟକରୁ ୭୮, ସମ୍ବଲପୁରରୁ ୫୭, ପୁରୀରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ଥିବାବେଳେ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୭୮ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୨୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୫୭ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୧ଜଣ, ଷ୍ଟେଟ ପୁଲ୍‌ରୁ ୪୬ଜଣ ସଂକ୍ରମିତ ରହିଛନ୍ତି ।

ସୂଚନାନୁସାରେ ଆଜିର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯, ୯୨୮କୁ ବୃଦ୍ଧି ପାଇଛି ଏବଂ ୫୯୧୧ଟି ସକ୍ରିୟ ମାମଲା ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ୬୦୦ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୪,୮୩୫ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୩୨୩୭୦୮୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.