ରାଜ୍ୟରେ ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୯୬ କରୋନା ସଂକ୍ରମିତ

15

ଦୁଇ ଦିନ ସଂକ୍ରମଣ ହ୍ରାସ ପରେ ଗତ କାଲି ଠାରୁ ରାଜ୍ୟରେ ବୃଦ୍ଧି ପାଉଛି ଦୈନିକ କରୋନା ସଂକ୍ରମଣ I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଙ୍କ ମଧ୍ୟରେ ୬୯୯ ଜଣ ସଙ୍ଗରୋଧ ରୁ ରହିଥିବା ବେଳେ ୪୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି ।
ସଂକ୍ରମିତ ଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୨ଜଣ ଚିହ୍ନଟ ହୋଇଥିବା ବେଳେ ,ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୧୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୨୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୭୦ଜଣ, ସୋନପୁର ଜିଲ୍ଲାରୁ ୫୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୦ଜଣ ରହିଛନ୍ତି ।
ଆଜିର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୩୧୯୧କୁ ବୃଦ୍ଧି ପାଇଛି । ଏଥି ମଧ୍ୟରୁ ୭୦୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୬୯୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି I

Comments are closed, but trackbacks and pingbacks are open.