ଆଜିଠୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ନୂଆ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଦେବେ ଯୋଗ

20

ଆଜିଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ୪ ଦିନିଆ ଦିଲ୍ଲୀ ଗସ୍ତ ରେ ଯିବେ । ଦେଶର ୧୫ ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଆସନ୍ତା ସୋମବାର ୨୫ ତାରିଖ ଦେଶର ନୂଆ ରାଷ୍ଟ୍ରପତି ଭାବେ ଶପଥ ନେବେ ଦ୍ରୌପଦୀ ମୁର୍ମୁ । ଫୋନ୍‌ କରି ଦ୍ରୌପଦୀଙ୍କୁ ଓଡିଶାବାସୀଙ୍କ ପକ୍ଷରୁ ନିଜର ଶୁଭେଛା ଜ୍ଞାପନ କରିଥିଲେ ମୁଖ୍ୟମନ୍ତ୍ରୀ । ଦ୍ରୌପଦୀଙ୍କ ସଫଳତାରେ ସାରା ରାଜ୍ୟ ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଦ୍ରୌପଦୀ ମୁର୍ମୁ ମଧ୍ୟ ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁଭେଛା ଜଣାଇଛନ୍ତି । ତେବେ ଦ୍ରୌପଦୀ ମୁର୍ମୁଙ୍କ ଶପଥ ସମାରୋହକୁ ନବୀନଙ୍କୁ ନିମନ୍ତ୍ରଣ କରାଯାଇଛି । ୨୫ତାରିଖରେ ସଂସଦର ସେଣ୍ଟ୍ରାଲ ହଲରେ ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବ ହେବ । ଦ୍ରୌପଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଗସ୍ତ କରିବେ। ଏହାସହ ୪ ଦିନିଆ ଦିଲ୍ଲୀ ଗସ୍ତରେ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗରେ ଆଲୋଚନା କାର୍ଯ୍ୟକ୍ରମ ଥିବା ମଧ୍ୟ ସୂଚନା ମିଳିଛି।

Comments are closed, but trackbacks and pingbacks are open.