ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୮୩୬ କରୋନା ସଂକ୍ରମିତ ଚିହ୍ନଟ

16

ଭୁବନେଶ୍ୱର : ୦୫-୦୮(ପି.ଏନ.ଏ) ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୮୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ ସାଙ୍ଗରୋଧ ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୭୩୦୯କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୬୧୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୧୯୩୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୭୪୪୬୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.