ପୋଲସରାରେ ଖୋଲିବ ସରକାରୀ ITI

22

ଗଞ୍ଜାମ ଜିଲ୍ଲା ପୋଲସରାରେ ସରକାରୀ ITI ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ଫଳରେ ଗଞ୍ଜାମ ଜିଲ୍ଲାରେ ସରକାରୀ ITI ସଂଖ୍ୟା ୬ରେ ପହଞ୍ଚିଲା । ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ ହିଞ୍ଜିଳିକାଟୁରେ ଗୋଟିଏ ଲେଖାଏ ସରକାରୀ ITI କାର୍ଯ୍ୟ କରୁଛି । ପୋଲସରାରେ ସରକାରୀ ITI ଖୋଲିବା ଦ୍ବାରା ସେ ଅଞ୍ଚଳର ଜନସାଧାରଣ ବହୁ ଦିନର ଦାବୀ ପୂରଣ ହୋଇପାରିଛି ।

Comments are closed, but trackbacks and pingbacks are open.