ରାଜ୍ୟରେ ୨୨୧ କୋଭିଡ୍ ସଂକ୍ରମିତ ଚିହ୍ନଟ

31

ଭୁବନେଶ୍ୱର ୦୪।୦୯:(ପି.ଏନ.ଏ): ରାଜ୍ୟରେ କ୍ରମଶଃ ହ୍ରାସ ପାଉଛି ଦୈନିକ କରନା ସଂକ୍ରମଣ I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୪୬୫କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୧୭୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୭୪୯୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୩୩୬୫୭ସାମ୍ପୁଲ ଟେଷ୍ଟ୍ ହୋଇଛି I ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି I

Comments are closed, but trackbacks and pingbacks are open.