ବିଏଲ୍‌ଓ ଇ-ପତ୍ରିକାର ଶୁଭାରମ୍ଭ

20

ଭୁବନେଶ୍ୱର: ଆଭାସୀ ମାଧ୍ୟମରେ ନୂଆଦିଲ୍ଲୀଠାରେ ବିଏଲ୍‌ଓ ଇ-ପତ୍ରିକାର ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦେଶର ପ୍ରାୟ ୧୦ ଲକ୍ଷ ବୁଥ୍‌ସ୍ତରୀୟ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ । ବିଏଲ୍‌ଓ ଇ-ପତ୍ରିକା କାଗଜ ଶୂନ୍ୟ ମାଗାଜିନ୍ ଓ ଏହା ପ୍ରତ୍ୟେକ ବ୍ୟକ୍ତିଙ୍କ ମୋବାଇଲ୍‌ରେ ସହଜରେ ଉପଲବ୍ଧ ହେବ । ଏହାଦ୍ୱାରା ବୁଥ୍‌ସ୍ତରୀୟ ଅଧିକାରୀମାନେ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିିଭିନ୍ନ ପ୍ରକାରର ଅସୁବିଧାଗୁଡ଼ିକର ସହଜ ସମାଧାନ, ଜିଲ୍ଲା, ରାଜ୍ୟ ତଥା ଦେଶର ବିଭିନ୍ନ କୋଣଅନୁକୋଣରେ କାର୍ଯ୍ୟକରୁଥିବା ବୁଥ୍‌ସ୍ତରୀୟ ଅଧିକାରୀଙ୍କ ଭାବର ଆଦାନପ୍ରଦାନ ଓ ସର୍ବୋପରି ନିର୍ବାଚନ ଆୟୋଗଙ୍କ ସହ ସିଧାସଳଖ ବାର୍ତ୍ତାଳାପ ହୋଇପାରିବ । ପତ୍ରିକା ପ୍ରତି ଦୁଇମାସରେ ଥରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶିତ ହେବ । ଏଥିରେ ନିର୍ବାଚନ ଆୟୋଗ ତଳସ୍ତରରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ନିର୍ଦ୍ଦେଶନାମା ପଠାଇବା ସହିତ ତଳସ୍ତରରୁ ଆୟୋଗଙ୍କ କାର୍ଯ୍ୟଧାରାର ଫିଡ୍‌ବ୍ୟାକ୍ ଓ ସଫଳ କାହାଣୀ ପ୍ରେରଣ ଇତ୍ୟାଦିରେ ବିଶେଷ ସହାୟକ ହୋଇପାରିବ ବୋଲି କୁହ।।ଯାଇଛି । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, କମିଶନର୍ ଅନୁପ ଚନ୍ଦ୍ର ପାଣ୍ଡେଙ୍କ ସମେତ କମିଶନ୍‌ର ବରିଷ୍ଠ ଅଧିକାରୀମାନେ ବିଏଲ୍‌ଓ ଇ-ପତ୍ରିକା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉପସ୍ଥିତଥିଲେ ।

Comments are closed, but trackbacks and pingbacks are open.