ସମଗ୍ର ରାଜ୍ୟରେ ୫୭ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

40

ଭୁବନେଶ୍ବର: ଗତ କିଛି ଦିନ ହେଲା କରୋନା ଗ୍ରାଫ୍‌ ତଳମୁହାଁ ରହିଛି। ଏହା ସମସ୍ତଙ୍କ ପାଇଁ ଖୁସି ଖବର ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୭୫୧କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୩୩୫୭୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୫ଟି  ସକ୍ରିୟ ମାମଲା ରହିଥିବା ବେଳେ ୧୩୨୬୦୩୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୬୦୭୯୦ ନମୁନା ପରୀକ୍ଷା ହୋଇଛି । ୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୨ ଜଣ, ଖୋର୍ଦ୍ଧାରୁ ୧୦ ଜଣ, ବାଲେଶ୍ବର ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଁଏ, ବରଗଡ଼, ବଲାଙ୍ଗୀର, ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବୌଦ୍ଧ, ଦେବଗଡ଼, ଜଗତସିଂହପୁର, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ, କଟକ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୁଲରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.