ତଳମୁହାଁ ସଂକ୍ରମଣ, ଦିନକରେ ୩୯ କୋଭିଡ୍‌ ପଜିଟିଭ୍ ଚିହ୍ନଟ

51

ଭୁବନେଶ୍ବର: କରୋନା ସଂକ୍ରମଣ ଧୀରେ ଧୀରେ ତଳମୁହାଁ ହେବାରେ ଲାଗିଛି। ସମଗ୍ର ରାଜ୍ୟରେ ବହୁ କମ୍ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହା ସମସ୍ତଙ୍କ ପାଇଁ ଆହୁରି ଆଶ୍ବସ୍ତିକର ବିଷୟ ପାଲଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩ ଜଣ, କଟକରୁ ୭ ଜଣ, ଖୋର୍ଦ୍ଧାରୁ ୬ ଜଣ, ସମ୍ବଲପୁରରୁ ୫ ଜଣ, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୯୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୩୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୯୬୪୨୫ ନମୁନା ପରୀକ୍ଷା ହୋଇଛି ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୯୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.