କରୋନାଗ୍ରାଫ୍ ଉପରତଳ, ୪୧ ସଂକ୍ରମିତ ଚିହ୍ନଟ

27

ଭୁବନେଶ୍ବର: ରାଜ୍ୟରେ କରୋନା ଗ୍ରାଫ୍‌ ତଳଉପର ଲାଗି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୧ କୋଭିଡ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବିଭିନ୍ନ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ଜଣେ, ବରଗଡରୁ ଜଣେ, ବଲାଙ୍ଗୀରରୁ ଜଣେ, କଟକରୁ ୮ ଜଣ, ଜଗତସିଂହପୁରରୁ ଜଣେ, କଳାହାଣ୍ଡିରୁ ୨ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ୨ ଜଣ, ମୟୁରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୨ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୭ ଜଣ, ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୩୩୬୦୦୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୪ଟି ସକ୍ରିୟ ମାମଲା ରହିଥିବା ବେଳେ ୧୩୨୬୪୧୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୦୪୨୭୪ ଜଣଙ୍କ ନମୁନା ପରୀକ୍ଷା ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୦୦୦୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.