କୋରେଇ ରେଳ ଦୁର୍ଘଟଣା ମୃତାହତଙ୍କ ପରିବାର ପ୍ରତି ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅନୁକମ୍ପା ମୂଳକ କ୍ଷତିପୂରଣ ଘୋଷଣା

22

ଯାଜପୁର: ୨୧-୧୧ (ପି.ଏନ.ଏ.) କୋରେଇରେ ମାଲବାହୀ ଟ୍ରେନ୍‌ ଦୁର୍ଘଟଣାରେ ମୃତାହତ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଟ କରି କହିଛନ୍ତି ମାଲବାହୀ ଟ୍ରେନ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହା ସହିତ ମୃତାହତ ଙ୍କ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି। କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଅନୁକମ୍ପା ରାଶି ଘୋଷଣା କରାଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ଘଟଣାସ୍ଥଳରେ ତୁରନ୍ତ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ଵିତ କରିବା ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ଘଟଣାସ୍ଥଳକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରତି ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ଲେଖାଏଁ ଘୋଷଣା କରିଥିବା ବେଳେ ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ମିଳିବ ବୋଲି ଘୋଷଣା କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ।

Comments are closed, but trackbacks and pingbacks are open.