କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା

19

ଭୁବନେଶ୍ୱର: ପୂର୍ବ ଘୋଷଣା ଅନୁଯାୟୀ ରାଜ୍ୟ ସାରକାର ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀ । ମଧ୍ୟବର୍ତ୍ତୀକାଳୀନ ସହୟତା ଭାବରେ ତୋଳାଳୀ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି ୧୫୦୦ ଟଙ୍କା ।ଡିବିଟି ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍‌ଯାଙ୍କ ଖାତାରେ ଜମା ହୋଇଛି ଓ ରାଜ୍ୟ ରାଜକୋଷରୁ ମୋଟ ୪୩ କୋଟି ବ୍ୟୟ ହୋଇଛି । ରବିବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି ।ନୂଆପଡ଼ା କଳାହାଣ୍ଡି କୋରାପୁଟ ନବରଙ୍ଗପୁର ଅନୁଗୁଳ ସମ୍ବଲପୁର, ଝାରସୁଗୁଡା, କନ୍ଧମାଳ, ବୌଦ୍ଧ, କେଉଁଝର ଦେବଗଡ଼ ଓ ବଲାଙ୍ଗୀର ଆଦି ବାର ଜିଲ୍ଲାର ସତର ଡିଭିଜନର ହିତାଧିକାରୀଙ୍କୁ ଆଜି ସହାୟତା ବଣ୍ଟନ କରାଯାଇଛି ଓ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି । ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍‌ଯାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳୀ ଓ ଅନ୍‌ଯ କେନ୍ଦୁପତ୍ର କର୍ମଚାରୀଙ୍କୁ ଏ ସବୁ ସହାୟତା ମିଳିବ । କେନ୍ଦୁପତ୍ର ହେଉଛି ଗରିବ ଲୋକର ଦାନା ପାଣିର କଥା । ତେଣୁ ତା ଉପରେ ୧୮% ଜିଏସଟିକୁ ନାପସନ୍ଦ କରି ଏହାର ସମ୍ପୂର୍ଣ୍ଣ ଉଛେଦ ପାଇଁ କେନ୍ଦ୍ର ନିକଟରେ ଦାବୀ କରାଯାଇଛି । ଜଙ୍ଗଲ ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀ ଙ୍କ କଲ୍‌ଯାଣ ପାଇଁ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ ସୂଚନା କରିଥିଲେ ଓ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଡାଃ ମୋନା ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଜଙ୍ଗଲ ପରିବେଶ ବିଭାଗ ର ବରିଷ୍ଠ ଅଧିକାରୀ ମାନେ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ହିତାଧିକାରୀ ଶାନ୍ତନୁ କୁମାର ଭୋଇ , ଝାରସୁଗୁଡ଼ାର ପୁଷ୍ପ ଲତା ଭଇଁଶା ଓ ନୂଆପଡ଼ାର ଇଶ୍ୱର ଶବରଙ୍କ ସହ ସହାୟତା ବିଷୟରେ ଆଲୋଚନା କରି ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।

Comments are closed, but trackbacks and pingbacks are open.