ରାଜ୍ୟ ସଂଗ୍ରହାଳୟ ପରିସରରେ ‘ମୌଖିକ ଓ ଜନଜାତି ସାହିତ୍ୟ କେନ୍ଦ୍ର’ ପ୍ରତିଷ୍ଠା ପାଇଁ ଚୁକ୍ତିନାମା ସ୍ୱାକ୍ଷରିତ

20

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିଷ୍ପତ୍ତି ଅନୁଯାୟୀ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିସରରେ କେନ୍ଦ୍ର ସାହିତ୍ୟ ଏକାଡେମୀର ଏକ ‘ମୌଖିକ ଓ ଜନଜାତି ସାହିତ୍ୟ କେନ୍ଦ୍ର’ ସର୍ବସାଧାରଣଙ୍କ ନିମନ୍ତେ ପ୍ରତିଷ୍ଠିତ ହେବାପାଇଁ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଏବଂ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ମଧ୍ୟରେ ଚୁକ୍ତିନାମା ସ୍ଵାକ୍ଷରିତ ହୋଇଅଛି ଓ ବିଭାଗରେ ଗତ ସେପ୍ଟେମ୍ବର ୮ ତାରିଖ,୨୦୨୨ ନିଷ୍ପତ୍ତି ଅନୁସାରେ ଏହି ରାଜିନାମା ସ୍ୱାକ୍ଷରିତ ହୋଇଛି I

ଏହି କେନ୍ଦ୍ର ମାଧ୍ୟମରେ ବିଶେଷ କରି ପୂର୍ବାଞ୍ଚଳ ଓ ଉତ୍ତର ପୂର୍ବାଞ୍ଚଳରେ ଜନଜାତି ସାହିତ୍ୟର ପ୍ରଚାର, ପ୍ରସାର ତଥା ଗବେଷଣା ପାଇଁ ସୁଯୋଗ ସୃଷ୍ଟି ହେବ। ଆଗ୍ରହୀ ସାହିତ୍ୟିକ ଓ ଗବେଷକମାନେ ଏହି କେନ୍ଦ୍ରର ସଦୁପଯୋଗ କରିବାକୁ ଅନୁରୋଧ କରାଯାଇଛି।

ଏହି କାର୍ୟ୍ୟକ୍ରମରେ ଓଡ଼ିଶା ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଓ ରାଜ୍ୟ ସଂଗ୍ରହାଳୟ ଅଧିକ୍ଷକ ଭାଗ୍ୟଲିପି ମଲ୍ଲ ଏବଂ କେନ୍ଦ୍ର ସାହିତ୍ୟ ଏକାଡେମୀର ସଚିବ କେ. ଶ୍ରୀନିବାସ ରାଓ ଏବଂ ଏକାଡେମୀର ଓଡ଼ିଆ ଭାଷା ପରାମର୍ଶଦାତା କମିଟିର ଆବାହକ ଡ଼ଃ ବିଜୟାନନ୍ଦ ସିଂହ ଉପସ୍ଥିତ ଥିଲେ ଓ କେନ୍ଦ୍ର ସାହିତ୍ୟ ଏକାଡେମୀର ସଚିବ ଏଥିପାଇଁ ଓଡ଼ିଶା ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି।

Comments are closed, but trackbacks and pingbacks are open.