ଅନୁପସ୍ଥିତ ଶିକ୍ଷକଙ୍କ ବିରୁଦ୍ଧରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

18

ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାର ସାମଗ୍ରିକ ବିକାଶ ପାଇଁ ଗୁରୁତ୍ୱ ଦେଇ ଆସୁଅଛି । ଶିକ୍ଷାଦାନ ପ୍ରକ୍ରିୟାକୁ ଅଧିକ ବ୍ୟବସ୍ଥିତ କରିବା ସହ ସମସ୍ତ ବ୍ଲକ୍‌ ଓ ଜିଲ୍ଲାରେ ଗୁଣାତ୍ମକ ଶିକ୍ଷାଦାନ ଉ ପରେ ଗୁରୁତ୍ୱ ଦିଆଯାଇଛି । ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ସରକାର ଦୃଢ଼ ପଦକ୍ଷେ ପ ଗ୍ରହଣ କରିଛନ୍ତି । ଏସବୁ କାର୍ଯ୍ୟକ୍ରମ କୁ ପ୍ରୋତ୍ସାହିତ କରିବା ପାଇଁ ବିଭାଗ ପକ୍ଷରୁ ଗତ ୧୬ ଓ ୧୭ ତାରିଖ ସେଣ୍ଟ୍ରାଲ ଜୋନ୍‌ର ଜିଲ୍ଲା ଶିକ୍ଷାଅଧିକାରୀ ଓ ବ୍ଲକ୍‌ ଶିକ୍ଷା ଅଧିକାରୀ ମାନଙ୍କ ପାଇଁ ଦୁଇ ଦିନିଆ କ ର୍ମଶାଳା ଓ ସମୀକ୍ଷା ଅନୁଷ୍ଠିତ ହୋଇଯାଇଛି I ଗତ କର୍ମଶାଳାର ସମୀକ୍ଷା ବୈଠକରୁ ସରକାରଙ୍କ ଦୃଷ୍ଟିକୁ ଆସିଛି ଯେ ବହୁ ଶିକ୍ଷକ ଦୀର୍ଘ ଦିନ ଧରି ଅନୁପସ୍ଥିତ ରହୁଛନ୍ତି । ତେଣୁ, ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଦୀର୍ଘଦିନ ଧରି ଅନୁ ପସ୍ଥିତ ଥିବା ୨୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧ ରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏତଦ୍‌ବ୍ୟତୀତ ୧୫୪ ଜଣ ପ୍ରାଥମିକ ଶିକ୍ଷକଙ୍କୁ ଦୀର୍ଘଦିନ ଧରି ଅନୁପସ୍ଥିତ ଥିବା ନେଇ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି ।

ସେହି ପରି ପ୍ରାଥମିକ ବର୍ଗର କନିଷ୍ଠ ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ୯୬ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧ ରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରିରୁ ବହିଷ୍କୃତ କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ । ଆଗାମୀ ଦିନରେ ଏହି ସମୀକ୍ଷା ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରାଯିବା ସହ ସହ କାର୍ଯ୍ୟକ୍ଷେତ୍ରରେଏ ଭଳି ଅବହେଳା ପାଇଁ ଉଚିତ ଦଣ୍ଡ ବିଧାନ କରାଯିବ I

Comments are closed, but trackbacks and pingbacks are open.