ସାଧାରଣତନ୍ତ୍ର ଦିବସ-୨୦୨୩ ପାଳନ ସଂପର୍କରେ
ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

17

ଭୁବନେଶ୍ୱର : ୭୪ତମ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ । ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏହି ରାଷ୍ଟ୍ରୀୟ ସମାରୋହରେ ଉପସ୍ଥିତ ରହିବେ ।

ଆଜି ପୂର୍ବାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୩ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଟି ଭାରତୀୟଙ୍କ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଏହି ମହାନ ଦିବସ ସହ ସମସ୍ତଙ୍କ ଭାବାବେଗ ଜଡ଼ିତ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଥିଲେ । ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ୱାରା ପ୍ୟାରେଡ୍‌ ଓ ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ ।

ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସାଧାରଣତନ୍ତ୍ର ଦିବସ ସଂପର୍କିିତ ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧାପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଏବଂ ବିଶିଷ୍ଟ ଅତିଥିମାନଙ୍କ ଉପବେଶନ ବ୍ୟବସ୍ଥାରେ ବୈଠକରେ ବିସ୍ତୁତ ଆଲୋଚନା ହୋଇଥିଲା ।

ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ତି୍ରରଙ୍ଗା ଦ୍ୱାରା ସାଜସଜ୍ଜା ଏବଂ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପରାମର୍ଶ ଦେଇଥିଲେ ।

ଚଳିତ ସାଧାରଣତନ୍ତ୍ର ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ । ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ ।

ଏହି ବୈଠକ ରେ ବିଭାଗୀୟ ନିର୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ , ନିର୍ଦ୍ଦେଶକ (ବୈଷୟିକ ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର୍‌ ସିଂହ ଓ ଶ୍ରୀ ବିଶ୍ୱଜିତ ଦାଶ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Comments are closed, but trackbacks and pingbacks are open.