ଆସନ୍ତା ୨୮ରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା

21

ଭୁବନେଶ୍ୱର,୨୬/୧୨: ଆସନ୍ତା ୨୮ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା । ଗସ୍ତ ଅବସରରେ ଶ୍ରୀ ନଡ୍ଡା କନ୍ଧମାଳ ଓ ପୁରୀ ଲୋକସଭା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଜ୍ୟ ସାଧାରଣ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ।
ରାଷ୍ଠ୍ରୀୟ ସଭାପତି ଶ୍ରୀ ନଡ୍ଡା ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ କନ୍ଧମାଳ ଲୋକସଭା ଓ ବାଲିଗୁଡା ବିଧାନସଭା ମଣ୍ଡଳୀ ଅନ୍ତର୍ଗତ ତୁମୁଡିବନ୍ଧ ଗସ୍ତ କରିବେ । ସେଠାରେ ପୂର୍ବାହ୍ନ ୧୧.୩୦ ସମୟରେ ମିନି ଷ୍ଟାଡିୟମଠାରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ଯୋଗ ଦେବା ପରେ ଜଳେଶପଟା ଆଶ୍ରମ଼ସ୍ଥିତ ନୂତନ କନ୍ୟାଶ୍ରମକୁ ଉଦ୍‌ଘାଟନ କରିବେ । ଏହା ପରେ ଶ୍ରୀ ନଡ୍ଡା ପୁରୀ ଲୋକସଭା ଓ ଚିଲିକା ବିଧାନସଭା ଅନ୍ତର୍ଗତ ବାଣପୁର ପଲଟନ୍ ପଡିଆରେ ଅପରାହ୍ନ ୩ଟା ସମୟରେ ଅନୁଷ୍ଠିତ ସାଧାରଣ ସଭାରେ ଯୋଗ ଦେବେ । ଏହା ପରେ ଶ୍ରୀ ନଡ୍ଡା ବାଣପୁରସ୍ଥିତ ମାଁ ଭଗବତୀ ମନ୍ଦିରକୁ ଯାଇ ଦର୍ଶନ କରିବା ପରେ ନାଚୁଣୀସ୍ଥିତ କଲେଜ ଇନଡୋର ଷ୍ଟାଡିୟମରେ କାର୍ଯ୍ୟକର୍ତା ସମ୍ମିଳନୀରେ ଯୋଗ ଦେବେ ବୋଲି ଡ.ଲେଖାଶ୍ରୀ ସୁଚନା ଦେଇଛନ୍ତି ।
ଏହା ପରେ ଶ୍ରୀ ନଡ୍ଡା ସଡକ ପଥରେ ଭୁବନେଶ୍ୱର ଫେରି ଆସି ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତନ କରିବେ ବୋଲି ଡ.ଲେଖାଶ୍ରୀ ସୁଚନା କହିଛନ୍ତି ।

Comments are closed, but trackbacks and pingbacks are open.