ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ପ୍ରି-ବଜେଟ ପରାମର୍ଶ ବୈଠକ ଅନୁଷ୍ଠିତ

23

ଆଜି ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ବିଗତ ବର୍ଷ ପରି ସମାଜର ବିଭିନ୍ନ ବର୍ଗ ଯଥା ବିଶେଷଜ୍ଞ, ବ୍ୟବସାୟୀ ତଥା ଶିଳ୍ପଦ୍ୟୋଗୀଙ୍କ ପ୍ରତିନିଧି ଏବଂ କୃଷକମାନଙ୍କ ସହିତ ପ୍ରାକ୍‌ ବଜେଟ୍‌ ପରାମର୍ଶ କରିଛନ୍ତି ।
ସକାଳ ୧୧ଟାରୁ ୧ ଘଟିକା ପର୍ଯ୍ୟନ୍ତ ତଥା ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଏହା ଅନୁଷ୍ଠିତ ହୋଇଥିଲା । ପ୍ରଥମ ଅଧିବେଶନରେ ପୂର୍ବତନ ଅର୍ଥ ମନ୍ତ୍ରୀଙ୍କ ସମେତ ପୂର୍ବତନ ଅର୍ଥ ସଚିବ ଓ ସଚିବ ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ ଓ ନାବାର୍ଡର ଉଚ୍ଚ ପଦସ୍ଥ ଅଧିକାରୀମାନେ ଯୋଗଦାନ କରି ସେମାନଙ୍କର ସୁଚିନ୍ତିତ ମତାମତ ରଖିଥିଲେ । ସେହିପରି ଦ୍ୱିତୀୟ ଅଧିବେଶନରେ କ୍ଷେତ୍ର ବିଶେଷଜ୍ଞ, ବ୍ୟବସାୟୀ ତଥା ଶିଳ୍ପଦ୍ୟୋଗୀଙ୍କ ପ୍ରତିନିଧି, କୃଷି ବିଶେଷଜ୍ଞ, ଶ୍ରମ ସଂଘ ପ୍ରତିନିଧି, ପରିବେଶବିତ, ହସ୍ତ ଓ ବୟନ ଶିଳ୍ପୀ, ସ୍ତମ୍ଭକାର ତଥା ସ୍ବେଛାସେବୀ ଅନୁଷ୍ଠାନର ପ୍ରତିନିଧିମାନେ ଯୋଗଦାନ କରି ସେମାନଙ୍କର ସୁଚିନ୍ତିତ ମତାମତ ରଖିଥିଲେ ।
ଏହି ପ୍ରାକ୍‌-ବଜେଟ ଆଲୋଚନାରେ ଉପସ୍ଥିତ ବିଭାଗୀୟ ଅଧିକାରୀମାନେ ଓ center of excellence in fiscal policy and taxation
ର ବିଶେଷଜ୍ଞମାନେ ସମସ୍ତ ଉପସ୍ଥିତ ଅତିଥିଙ୍କ ମତାମତକୁ ଯତ୍ନର ସହିତ ନୋଟ୍‌ କରିଥିଲେ । ଏହି ସମସ୍ତ ମତାମତକୁ ଅନୁଧ୍ୟାନ କରି ସମ୍ପୃକ୍ତ ବିଭାଗକୁ ଆବଶ୍ୟକ ପଦକ୍ଷେପ ନିମନ୍ତେ ଶୀଘ୍ର ହସ୍ତାନ୍ତର କରିଦିଆଯିବ । ଆଗାମୀ ବର୍ଷ ୨୦୨୩-୨୪ ବଜେଟ୍‌ ପ୍ରସ୍ତୁତିରେ ଏହି
ପରାମର୍ଶଗୁଡିକୁ ନିଶ୍ଚୟ ବିଚାର କରାଯିବ ।

Comments are closed, but trackbacks and pingbacks are open.