ଅନୁପସ୍ଥିତ ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ

33

ଭୁବନେଶ୍ୱର : ରାଜ୍ୟ ସରକାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାର ସାମଗ୍ରିକ ବିକାଶ ଉ ପରେ ଗୁରୁତ୍ୱ ଦେଇ ଆସୁଛନ୍ତି । ଶିକ୍ଷାଦାନ ପ୍ରକ୍ରିୟାକୁ ଅଧିକ ବ୍ୟବସ୍ଥିତ କରିବା ସହ ସମସ୍ତ ବ୍ଲକ୍‌ ଓ ଜିଲ୍ଲାରେ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଉଛି । ଏହି ବ୍ୟବସ୍ଥାରେ ଅବହେଳା ପ୍ରଦର୍ଶନ ପାଇଁ ଦୃଢ ପଦକ୍ଷେପ ଗ୍ରହଣ କରିଛନ୍ତି ସରକାର ଇ ବିନା ନୋଟିସ ରେ ବାରମ୍ବାର ବିଦ୍ୟାଳୟରେ ଅନୁପସ୍ଥିତ ରହୁଥିବା ୧୫୪ ଜଣ କନିଷ୍ଠ ଶିକ୍ଷକ ମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି I

ସେମାନଙ୍କ ମଧ୍ୟରୁ ଦୀର୍ଘଦିନ ଧରି ଅନୁପସ୍ଥିତ ରହିଥିବା ମାଲକାନଗିରି ଜିଲ୍ଲାର ୧୦ ଜଣ ପ୍ରାଥମିକ ଶିକ୍ଷକଙ୍କୁ ବହିଷ୍କୃତ(ଡିସ୍‌ଏନ୍‌ଗେଜମେଣ୍ଟ) କରାଯାଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ବିବରଣୀ ଏବଂ ଜିଲ୍ଲା ପାଳଙ୍କ ଅନୁମୋଦନ କ୍ରମେ ୨ ଜଣ ପ୍ରାଥମିକ ଶିକ୍ଷକଙ୍କୁ ବରଖାସ୍ତ (ଡିସ୍‌ମିସ୍‌) କରାଯାଇଛି । ଏଥିସହିତ ୮ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧ ରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ ।

Comments are closed, but trackbacks and pingbacks are open.