ବିନା ସୁଧରେ ୫୦ ବର୍ଷ ଯାଏଁ ଋଣ ବ୍ୟବସ୍ଥା : କେନ୍ଦ୍ର ଅର୍ଥମନ୍ତ୍ରୀ

25

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଭୁବନେଶ୍ୱ ଗସ୍ତରେ ବଜେଟ ଉପରେ ଆଲୋଚନା କରିଛନ୍ତି । ହୋଟେଲ ‘ମେ ଫେୟାର’ରେ ଆୟୋଜିତ ପୋଷ୍ଟ ବଜେଟ ଆଲୋଚନା ଚକ୍ରରେ ଭାଗ ନେଇ ନିର୍ମଳା କହିଛନ୍ତି, ୨୦୨୩-୨୪ ବଜେଟ ଅମୃତକାଳର ପ୍ରଥମ ବଜେଟ। ଅମୃତ କାଳ ପାଇଁ ମୂଳଦୁଆ ପକାଇବ ଚଳିତ ବର୍ଷର ବଜେଟ।ଭୁବନେଶ୍ଵରରେ ଆୟୋଜିତ ବଜେଟ ପରବର୍ତ୍ତୀ ଆଲୋଚନା ଚକ୍ରରେ ଯୋଗ ଦେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏପରି କହିଛନ୍ତି ।

ଆବାସ ଯୋଜନା, ହର ଘର୍ ନଲ ଆଦି ଯୋଜନାରୁ ସେମାନଙ୍କୁ ବହୁତ ଫାଇଦା ମିଳିବ । କେନ୍ଦ୍ର ସରକାରଙ୍କ ଡେଭଲମେଣ୍ଟ ଗୋଲର କେନ୍ଦ୍ରରେ ରହିଛି ଏମଏସଏମଇ । ଦେଶର ସବୁ ଅଞ୍ଚଳର ବିକାଶକୁ ଗୁରୁତ୍ଵ ଦେଇ ପୂର୍ବରୁ ଆକାଂକ୍ଷୀ ଜିଲ୍ଲା ଆରମ୍ଭ କରାଯାଇଥିଲା । ଚଳିତ ବଜେଟରୁ ଏହାକୁ ପୁନଶ୍ଚ ତୃଣମୂଳ ସ୍ତରକୁ ନେବାକୁ ୫୦୦ ଆକାଂକ୍ଷୀ ବ୍ଳକ ଚିହ୍ନଟ କରାଯାଇଛି । ଏସବୁ ଅଞ୍ଚଳରେ ମୌଳିକ ସୁବିଧା ସହ ଭିତ୍ତଭୂମି ବିକାଶକୁ ଗୁରୁତ୍ଵ ଦିଆଯିବ । ଟେକ୍ନୋଲୋଜି ଭିତ୍ତିକ ବିକାଶ ଲାଗି ଶ୍ରମିକଙ୍କୁ ପ୍ରଶିକ୍ଷିତ କରାଯିବ । ଫସଲ ଫୁଏଲରୁ ଗ୍ରୀନ ଏନର୍ଜିକୁ ଟ୍ରାନସଫରମେସନ ଲାଗି ମଧ୍ୟ ବଜେଟରେ ଗୁରୁତ୍ବ ଦିଆଯାଇଛି ।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଠାରୁ ଦୁଇ ଦିନିଆ ଭୁବନେଶ୍ବର ଗସ୍ତରେ ଆସିଛନ୍ତି । ବଜେଟ ପରବର୍ତ୍ତୀ ଆଲୋଚନା ଚକ୍ରରେ ଅଂଶଗ୍ରହଣ କରିବା ପରେ ଅର୍ଥମନ୍ତ୍ରୀ ଆଜି ଖୋର୍ଦ୍ଧା ଅରୁଗୁଳ ସ୍ଥିତ ଆଇଆଇଟି କ୍ୟାମ୍ପସ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ସେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ।

ଉଲ୍ଲେଖଯୋଗ୍ୟ ଯେ, ଫେବୃୟାରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଥିଲେ । ଚଳିତ ବର୍ଷ ପ୍ରାୟ ୪୫ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ଆଗକୁ ସାଧାରଣ ନିର୍ବାଚନ ଆସୁଥିବାରୁ ଚଳିତ ବଜେଟରେ ସବୁ ବର୍ଗର ଲୋକଙ୍କୁ ସନ୍ତୁଷ୍ଟ କରିବାକୁ ଅର୍ଥମନ୍ତ୍ରୀ ଆୟକର ଛାଡ ସୀମା ବୃଦ୍ଧି କରିଛନ୍ତି ।

Comments are closed, but trackbacks and pingbacks are open.