ଆଉଥରେ ବିବାହ କରିବେ ଜିଲ୍ଲାପାଳ

23

ପଡ଼ିବ ହାତଗଣ୍ଠି, ସାତଜନ୍ମର ସାଥୀ ହେବେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଓ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରଣା । ଗତକାଲି ଉଭୟଙ୍କ ନିର୍ବନ୍ଧ ସରିଥିବା ବେଳେ ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ । ସମ୍ବଲପୁର ଜିଲ୍ଲାପାଳଙ୍କ ସରକାରୀ ବାସଭବନରେ ରୀତିନୀତି ଅନୁଯାୟୀ ନିର୍ବନ୍ଧ ଶେଷ ହୋଇଥିଲା । ଖୁବ କମ ସରକାରୀ ଅଧିକାରୀ ତଥା ପରିବାର ଲୋକଙ୍କ ଗହଣରେ ଏହି ନିର୍ବନ୍ଧ କରାଯାଇଛି । ଗତକାଲି ସମ୍ବଲପୁର ଜିଲ୍ଲାପାଳଙ୍କ କଚେରୀ ନିକଟସ୍ଥ ସରକାରୀ ବାସଭବନରେ ନିର୍ବନ୍ଧ ଅତି ନିରାଡ଼ମ୍ବର ଭାବରେ କରାଯାଇଥିଲା ।

ଉଭୟ ଜିଲ୍ଲାପାଳ ପୂର୍ବରୁ ବିବାହ କରି ସାରିଥିବା ବେଳେ ଏହା ସେମାନଙ୍କର ଦ୍ୱିତୀୟ ବିବାହ ଅଟେ । ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରଣା ପୂର୍ବରୁ ବର୍ତମାନର ରାୟଗଡା ଜିଲ୍ଲାପାଳ ସ୍ୱଧାଦେବ ସିଂହଙ୍କୁ ବିବାହ କରିଥିଲେ । ବ୍ୟକ୍ତିଗତ କାରଣରୁ ଉଭୟଙ୍କ ବିବାହ ବିଚ୍ଛେଦ ଘଟିଥିଲା । ଅନ୍ୟପଟେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ପୂର୍ବରୁ ବର୍ତମାନର କୋରାପୁଟ ଜିଲ୍ଲାପାଳ ଅବଦୁଲ ଏମ ଅଖତରଙ୍କୁ ବିବାହ କରିଥିଲେ । ପରବର୍ତ୍ତୀ ସମୟରେ ବ୍ୟକ୍ତିଗତ ମତଭେଦ କାରଣରୁ ଉଭୟଙ୍କର ମଧ୍ୟ ବିବାହ ବିଚ୍ଛେଦ ଘଟିଥିଲା । କିଛି ମାସ ହେବ ଉଭୟଙ୍କ ମଧ୍ୟରେ ଘନିଷ୍ଠତା ବୃଦ୍ଧି ପାଇଥିଲା । ପରେ ସେମାନେ ବିବାହ ନେଇ ସ୍ଥିର କରିଥିଲେ ।

ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଆସାମର ଝିଅ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରଣା ଓଡି଼ଶାର ବାସିନ୍ଦା ଅଟନ୍ତି । ତେବେ ଖୁବଶୀଘ୍ର ଏହି ଜିଲ୍ଲାପାଳ ଯୋଡି଼ ବିବାହ ବନ୍ଧନରେ ବାନ୍ଧି ହେବା ନେଇ ଜଣାପଡି଼ଛି ।

Comments are closed, but trackbacks and pingbacks are open.