ଓଡ଼ିଶା ବିଦୁ୍ୟତ୍‌ ନିୟାମକ ଆୟୋଗର ଅଧ୍ୟକ୍ଷ ହେଲେ ସୁରେଶ ଚନ୍ଦ୍ର ମହାପାତ୍ର

28

ଭୁବନେଶ୍ୱର : ଓଡ଼ିଶା ବିଦୁ୍ୟତ୍‌ ନିୟାମକ ଆୟୋଗ (ଓଇଆରସି)ର ନୂତନ ଅଧ୍ୟକ୍ଷ ହେଲେ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର I ଆଜି ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ପ୍ରାରମ୍ଭରେ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ କିଶୋର ଧଳ ରାଜ୍ୟପାଳଙ୍କ ନିଯୁକ୍ତିପତ୍ର ପାଠ କରିଥିଲେ ।

ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ, ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୀବ ଚଢ଼ା ଓ ଆୟୋଗଙ୍କ ସଦସ୍ୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉତ୍ସବରେ ଯୋଗ ଦେଇଥିଲେ ।

Comments are closed, but trackbacks and pingbacks are open.