ଗୃହରେ ନବ ତାତି

30

ନବଙ୍କ ହତ୍ୟା ପ୍ରସଙ୍ଗକୁ ନେଇ ଗୃହରେ ବିରୋଧୀଙ୍କ ହଲ୍ଲାବୋଲ । ଗୃହକାର୍ଯ୍ୟକୁ ସାଢେ ୧୧ଟା ଯାଏଁ ମୁଲତବି । ପ୍ରଶ୍ନକାଳ ଆରମ୍ଭରୁ ୨ ମିନିଟ ପରେ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି । ବିଧାନସଭା ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଗୃହ କାର୍ଯ୍ୟ ଆରମ୍ଭରୁ ନବ ଦାସଙ୍କ ହତ୍ୟା ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ଜୋରଦାର ହଟ୍ଟଗୋଳ । ନାରାବାଜି ସହ ଗୃହରେ ହଙ୍ଗାମା କରିଥିଲେ ବିରୋଧୀ । ଉଭୟ ବିଜେପି ଓ କଂଗ୍ରେସର ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ ବିରୋଧୀ । ଯାହାଫଳରେ ପ୍ରଶ୍ନକାଳ ଚାଲି ପାରିନଥିଲା । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବି କରିଥିଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଏହା ପୂର୍ବରୁ ବିଧାନସଭାର ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଥିଲା । ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ ବିରୋଧୀ ।

ଯାହା ଫଳରେ ଗୃହକାର୍ଯ୍ୟକୁ ବାରମ୍ବାର ମୁଲତବି କରିଥିଲେ ବାଚସ୍ପତି । ଆଉ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି ।

Comments are closed, but trackbacks and pingbacks are open.