ମାର୍ଚ୍ଚ ୧୬ ରୁ ୧୯ ମଧ୍ୟରେ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

32

ଭୁବନେଶ୍ୱର ,୧୪/ ୦୩ : ଆସନ୍ତା ମାର୍ଚ୍ଚ ୧୬ ତାରିଖରୁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବ ଦିଗକୁ ଅପରଏୟାର ଟ୍ରଫ୍ ଲାଇନ୍‌ର ପ୍ରଚଳନ ଏବଂ ଉପକୂଳ ଅଂଚଳକୁ ବଙ୍ଗୋପ ସାଗରରୁ ଜଳୀୟ ବାଷ୍ପ ପ୍ରବାହ ଯୋଗୁଁ ଏଭଳି ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି ।
ମାର୍ଚ୍ଚ ୧୬ ରୁ ୧୯ ତାରିଖ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ମଧ୍ୟ ଅଳ୍ପ ପରିମାଣର ବର୍ଷା ହେବାର ସମ୍ଭାବନା ଥିବା ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।
ଉତର ଓ ଉପକୂଳ ଓଡ଼ିଶାରେ ମାର୍ଚ୍ଚ ୧୬ ରୁ ୧୮ ତାରିଖ ମଧ୍ୟରେ ଘଡ଼ଘଡ଼ି ଓ କୁଆପଥର ସହ ବର୍ଷା ହେବାର ସମ୍ଭାବନା ଥିବା ସେ କହିଛନ୍ତି ।
ଏହାର ପ୍ରଭାବରେ ମାର୍ଚ୍ଚ ୧୫ ତାରିଖରୁ ଦିନର ତାପମାତ୍ରା କମିବ । ଏପରିକି ମାର୍ଚ୍ଚ ୧୬ ତାରିଖରୁ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୩୩ ଡିଗ୍ରୀ ସେଲ୍‌ସିୟସ୍ ରହିବାର ସମ୍ଭାବନା ଥିବାବେଳେ ଏଭଳି ସ୍ଥିତି ମାର୍ଚ୍ଚ ୨୧ ତାରିଖ ଯାଏର୍ ଜାରୀ ରହିବ ବୋଲି ଡକ୍ଟର ସାହୁ ସୂଚନା ଦେଇଛନ୍ତି ।

Comments are closed, but trackbacks and pingbacks are open.