ଆସନ୍ତା ସୋମବାର ପର୍ଯ୍ୟନ୍ତ ମୁଲତବୀ ରହିଲା ରାଜ୍ୟ ଓ ଲୋକ ସଭା ଗୃହ

128

ଉଭୟ ରାଜ୍ୟସଭା ଓ ଲୋକସଭାକୁ ସୋମବାର ଯାଏଁ ମୁଲତବୀ ରଖାଯାଇଛି । ସଂସଦର ଉଭୟ ଗୃହରେ ଆଜି ମଧ୍ୟ ହୋ ହାଲ୍ଲା ଲାଗି ରହିଥିଲା। ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ, ଆଦାନୀ ଗ୍ରୁପ୍‌ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା।

ଉଭୟ ସଦନରେ ଶାସକ ଦଳର ସଦସ୍ୟମାନେ ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ନେଇ କ୍ଷମା ମାଗିବାକୁ ଦାବି କରିଥିବା ବେଳେ କଂଗ୍ରେସ, ତୃଣମୂଳ କଂଗ୍ରେସ ଡିଏମ୍‌କେ ଓ ଅନ୍ୟାନ୍ୟ ବିରୋଧୀ ଦଳ ଗୁଡ଼ିକର ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ଆଦାନୀ ପ୍ରସଙ୍ଗ ଉଠାଇ ପ୍ରବଳ ହୋହାଲ୍ଲା କରିଥିଲେ।

ଫଳରେ ଲୋକସଭା ବାଚସ୍ପତି ଓମ୍ ବିରଲା ଗୃହରେ ଶୃଙ୍ଖଳା ବଜାୟ ରଖିବା ପାଇଁ ଚେଷ୍ଟା କରି ବିଫଳ ହେବାରୁ ସୋମବାର ଯାଏଁ ଗୃହକୁ ମୁଳତବୀ ଘୋଷଣା କରିଥିଲେ ।

Comments are closed, but trackbacks and pingbacks are open.